SunStarTV
ସାଧାରଣ ନିର୍ବାଚନ ପାଇଁ ଆସନ୍ତା ମେ ୧୩ ତାରିଖରେ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହି ପର୍ଯ୍ୟାୟରେ ମୋଟ ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନରେ ଭୋଟର ନିଜ ପ୍ରତିନିଧି ବାଛିବାକୁ ଯାଉଛନ୍ତି। ଏଥିପାଇଁ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ନିର୍ବାଚନ କମିସନ ଧାର୍ଯ୍ୟ କରିଥିବା ସମୟସୀମା ଅନୁଯାୟୀ, ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହ ଆଜି ଠାରୁ ବିଧିବଦ୍ଧ ଭାବେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ।
ଆସନ୍ତା ୨୫ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ୨୬ ତାରିଖରେ ନାମାଙ୍କନ ଯାଞ୍ଚ ହେବାକୁ ଥିବାବେଳେ ୨୯ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ତାରିଖ ଭାବେ ଧାର୍ଯ୍ୟ କରାଯାଇଛି।