Sunstar Tv
Sunstroke death in Odisha: ଚଳିତ ବର୍ଷ ରାଜ୍ୟର ହୋଇଛି ପ୍ରଥମ ଅଂଶୁଘାତ ଜନିତ ମୃତ୍ୟୁ। ଶୁକ୍ରବାର ଓଡି଼ଶା ସରକାର ନିଶ୍ଚିତ କରିଛନ୍ତି ଯେ ଚଳିତ ବର୍ଷ ଜଣେ ବ୍ୟକ୍ତି ଅଂଶୁଘାତ କାରଣରୁ ମୃତ୍ୟୁ ହୋଇଛି।
ଜନସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ଯେ ବାଲେଶ୍ୱର ଜିଲ୍ଲାରେ ଅଂଶୁଘାତ କାରଣରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାର ଖବର ଆସିଛି।
ରାଜ୍ୟରେ ବର୍ତ୍ତମାନ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୯ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କଟକ ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।
ଶୁକ୍ରବାର ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ଆକଳନ କରିଛି ପାଣିପାଗ ବିଭାଗ। ଦୁଇ ଦିନରେ ପାରଦ ୪୫ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗ୍ରୀଷ୍ମ ପ୍ରବାହ ବଢୁଥିବାରୁ ଅଂଶୁଘାତର ମଧ୍ୟ ଆଶଙ୍କା ରହିଛି।
ଆଜି କଟକ, ଖୋର୍ଦ୍ଧା, ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ ଜିଲ୍ଲାରେ ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଗଜପତି, କନ୍ଧମା, କୋରାପୁଟ, ମାଲକାନାଗିରି, ଗଞ୍ଜାମ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।