SunstarTV
ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ସମାପନ ଲାଗି ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗତକାଲି ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।ନିର୍ବାଚନ ଥିବାରୁ ଆଦର୍ଶ ଆଚରଣ ବିଧିକୁ ଗୁରୁତ୍ୱର ସହ ନେଇ କାମ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ।
ତେବେ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଛି ରଥଦଉଡ଼ି । ସମୁଦାୟ ୨୬ଟି ଦଉଡ଼ି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ଏହା ପ୍ରସ୍ତୁତି କରାଯାଉଥିଲା । ତିନିରଥ ପାଇଁ ୧୪ ଖଣ୍ଡ ରଥଟଣା ଦଉଡି ଥିବାବେଳେ ଆଉଟର୍, ଇନର୍, ଜେନେରାଲ୍ ଓ ପୋଲିସ ପାଇଁ ତିନୋଟି ଲେଖାଏଁ ସମୁଦାୟ ୧୨ଟି ଦଉଡ଼ି ରହିଛି। ରଥଟଣା ପାଇଁ ରଥ ଦଉଡ଼ିର ଲମ୍ବ ୨୨୦ ଫୁଟ, ଗୋଲେଇ ୮ ଇଞ୍ଚ। ପରମ୍ପରା ଅନୁସାରେ ମହାପ୍ରଭୂ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଚିରଟ ଅନୁକୂଳ ହୋଇଛି । ଆଗାମୀ ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ ହେବ।