SunstarTV
ତାତିରେ ଜଳୁଛି ଓଡ଼ିଶା। ଆକାଶରୁ ହେବ ଅଗ୍ନ ବର୍ଷା । ଆଜି ଏଠାରେ ତାପମାତ୍ରା ୪୩.୫ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଏହା ସହିତ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଝାରସୁଗୁଡା ତାପମାତ୍ରା ୪୩.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୩ ଡିଗ୍ରୀ, ହୀରାକୁଦର ୪୩ ଡିଗ୍ରୀ, ରାଉରକେଲାର ୪୨ ଡିଗ୍ରୀ, କେନ୍ଦୁଝରର ୪୧.୮ ଡିଗ୍ରୀ, ଚାନ୍ଦବାଲିର ୪୧.୬ ଡିଗ୍ରୀ, ଭୁବନେଶ୍ବର ୪୦.୫ ଡିଗ୍ରୀ, ବାଲେଶ୍ୱରର ୩୯.୬ ଡିଗ୍ରୀ, ପୁରୀର ୩୪.୪ ଡିଗ୍ରୀ,ଗୋପାଳପୁରର ୩୩.୬ ଡିଗ୍ରୀ, ପାରାଦୀପର ୩୩.୯ ଡିଗ୍ରୀ ରେକର୍ଡ କରାଯାଛି।
ସେପଟେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଉତ୍ତର ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ୪୫ କିମ୍ବା ତା’ଠୁ ଅଧିକ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି। ଦିନ ୧୧ରୁ ୩ ଟା ଭିତରେ ବାହାରକୁ ବାହାରିଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ।
ଆଗାମୀ ୨ ଦିନ ପାଇଁ ଦକ୍ଷିଣ ଓଡ଼ିଶା ସମେତ ଆଖପାଖ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି।