SunstarTV
ଭୁବନେଶ୍ବର:ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ୬ ଲୋକସଭା ଆସନ ତଥା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ।
ସୂଚନା ମୁତାବକ ଜୁନ୍ ୧ରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ । ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ମେ ୧୪ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରଥମ ପର୍ଯ୍ୟାୟ ବିଜ୍ଞପ୍ତି ଅନୁଯାୟୀ, ମେ’ ୧୩ ତାରିଖରେ ଓଡ଼ିଶାରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ମତଦାନରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ରହିଛି। ସେହିପରି ଦ୍ବିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନପତ୍ର ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇ ଥିବାବେଳେ ତୃତୀୟ ପର୍ଯ୍ୟାୟ ଲାଗି ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ବର ସଂସଦୀୟ କ୍ଷେତ୍ରର ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି।