Sunstar Tv
Gold Rate Update: ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ୭୦ ହଜାର ପାର୍ କରି ସାରିଛି ଖାଣ୍ଟି ସୁନା। ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ପ୍ଲାନ୍ କରିଛନ୍ତି ।
ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬, ୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୨, ୩୮୦ ଟଙ୍କା ରହିଛି ।
୨୨ କ୍ୟାରେଟ୍ ରେ ୩୦୦ ଓ ୨୪ କ୍ୟାରେଟରେ ୩୩୦ ଟଙ୍କା ବୃଦ୍ଧି ହୋଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୨,୫୩୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୩୦୦ ଓ ୨୪ କ୍ୟାରେଟରେ ୩୩୦ ଟଙ୍କା ବୃଦ୍ଧି ହୋଇଛି।
ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬, ୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୨,୩୮୦ ଟଙ୍କା ରହିଛି । ୨୨ କ୍ୟାରେଟରେ ୩୦୦ ଓ ୨୪ କ୍ୟାରେଟରେ ୩୩୦ ଟଙ୍କା ଦର ବଢିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୨,୪୩୦ ଟଙ୍କା ରହିଛି।
୨୨ କ୍ୟାରେଟ୍ ରେ ୩୦୦ ଓ ୨୪ କ୍ୟାରେଟରେ ୩୨୦ ଟଙ୍କା ବୃଦ୍ଧି ପାଇଛି। ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୨,୩୮୦ ଟଙ୍କା ରହିଛି ।
ତେବେ, ୨୨ କ୍ୟାରେଟ୍ ରେ ୩୦୦ ଓ ୨୪ କ୍ୟାରେଟରେ ୩୩୦ ଟଙ୍କା ଦର ବଢିଛି। ଏବଂ ରୂପା କେଜି ପିଛା ୧୦୦୦ ଟଙ୍କା ବୃଦ୍ଧି ପାଇ ଦର ୮୮,୫୦୦ ଟଙ୍କାରେ ପହଞ୍ଚିଛି।
କେିମିତି ଜାଣିବେ ସୁନା ଶୁ୍ଦ୍ଧତା ?
ଯଦି ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ।
ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ।
କେମିତି ଜାଣିବେ ସୁନାର ମୂଲ୍ୟ ?
ମିସ କଲ କରି ଜାଣିପାରିବେ ସୁନାରୂପା ଦର-୨୨ କ୍ୟାରେଟ୍ ଏବଂ ୧୮ କ୍ୟାରେଟ୍ ସୁନା ଅଳଙ୍କାରର ଖୁଚୁରା ଦର ଜାଣିବା ପାଇଁ, ଆପଣ 8955664433 ରେ ଏକ ମିସ୍ କଲ୍ ଦେଇପାରିବେ।
ମିସ କଲ ଦେବାର ଅଳ୍ପ ସମୟ ମଧ୍ୟରେ SMS ମାଧ୍ୟମରେ ଆପଣ ଦର ଜାଣିପାରିବେ। ଏହା ସହିତ ଆପଣ କ୍ରମାଗତ ଭାବେ ସୁନାଦର ଜାଣିବା ପାଇଁ www.ibja.co କିମ୍ବା ibjarates.com ସାଇଟକୁ ଭିଜିଟ କରି ଜାଣିପାରିବେ।