SUNSTARTV
ଖଲ୍ଲିକୋଟ: ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା । ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ। ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆହତଙ୍କ ଆରୋଗ୍ୟ କାମନା କରିବା ସହିତ ଦୋଷିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ ନିବେଦନ କରିଛନ୍ତି ।
ସେହିଭଳି ଏହି ଘଟଣାରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଉଦ୍ବେଗ ପ୍ରକାଶ କରିଛନ୍ତି । ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ସିଇଓ। କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ଭାରତ ନିର୍ବାଚନ ଆୟୋଗ ଓ ମୁଖ୍ୟ ଅଧିକାରୀ ଓଡ଼ିଶାଙ୍କର ଶୂନ୍ୟ ସହନଶୀଳା ନୀତି ଅତ୍ୟନ୍ତ ସ୍ପଷ୍ଟ ବୋଲି ସେ ସୂଚିତ କରିବା ଗଞ୍ଜାମ ଜିଲ୍ଲାରେ ପ୍ରାକ୍ ନିର୍ବାଚନୀ ହିଂସାକୁ ଆୟତ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଗତକାଲି ରାତିରେ ଖଲ୍ଲିକୋଟରେ ପୋଷ୍ଟରମରାକୁ ନେଇ ୨ ଦଳ ବିଜେଡି ଓବିଜେପି ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଉଭୟ ଗୋଷ୍ଠୀ ମଧ୍ୟରେ ହଣାକଟା ହେବାରୁ ବିଜେପି କର୍ମୀ ଦିଲୀପ ପାହାନଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୭ ଜଣ ଗୁରୁତର ହୋଇ ଏମକେସିଜି ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।
https://x.com/Naveen_Odisha/status/1790966465396687051