Sunstar TV
୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଆଜି ପୂର୍ବାହ୍ନ ୧୧ଟାରେ ପରୀକ୍ଷା ଫଳାଫଳ ତାରିଖ ସମ୍ପର୍କରେ ଘୋଷଣା କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ । ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ଫଳାଫଳ ଏକାସଙ୍ଗେ ପ୍ରକାଶ ପାଇବ । ରେଜଲ୍ଟ ପ୍ରକାଶ ପରେ ଛାତ୍ରଛାତ୍ରୀମାନେ ମାର୍କସିଟ ଓ ସାର୍ଟିଫିକେଟ ଡାଉନଲୋଡ କରିପାରିବେ ।
ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଚଳିତ ବର୍ଷ ମାଟ୍ରିକ୍, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫେବ୍ରୁଆରୀ ୨୦ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ଯାଏ ଚାଲିଥିଲା । ମାଟ୍ରିକରେ ୫ ଲକ୍ଷ ୫୧ ହଜାର ୬୧୧, ମଧ୍ୟମାରେ ୩ହଜାର ୩୭ ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ୭ ହଜାର ୮୩୧ ଜଣ ପିଲା ଫର୍ମ ପୂରଣ କରିଥିଲେ । ସେହିପରି ଆସନ୍ତା ୨୬ତାରିଖରେ ପ୍ରକାଶ ପାଇବ ଦ୍ୱାଦଶ ପରୀକ୍ଷା ଫଳ। ଅପରାହ୍ନରେ ପରୀକ୍ଷାଫଳ ପ୍ରକାଶ ପାଇବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ପ୍ରକାଶ ପାଇବ ।