SunstarTV
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା । ଆଜି ଭୀଷଣ ସାମୁଦ୍ରିକ ଝଡ଼ର ନେବ ରୂପ । ପଶ୍ଚିମବଙ୍ଗର ସାଗରଦ୍ଵୀପ ଓ ଖେପୁପଡ଼ା ମଧ୍ୟରେ ଉପକୂଳ ଅତିକ୍ରମ । ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଅଧିକ ଘନୀଭୂତ ହୋଇ ଆଜି ଭୀଷଣ ବାତ୍ୟାରେ ପରିଣତ ହେବ । ଲ୍ୟାଣ୍ଡଫଲ୍ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୨୦ କିଲୋମିଟର ରହିବ । ଝଟକା୍ ପବନର ବେଗ ଘଣ୍ଟା ପ୍ରତି ୧୩୫ରୁ ୧୪୦ କି.ମି ରହିପାରେ।
ମଧ୍ୟରାତିରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ମଧ୍ୟବର୍ତ୍ତୀ ସାଗରଦ୍ବୀପ ଏବଂ ଖେପୁପାଡ଼ା ମଧ୍ୟରେ କୌଣସି ସ୍ଥାନରେ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଲ୍ୟାଣ୍ଡଫଲ୍ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୨୦ କିଲୋମିଟର ରହିବ। ଓଡ଼ିଶାର ଉତ୍ତର ଉପକୂଳରେ ପବନ ସାଙ୍ଗକୁ ବର୍ଷାର ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଏବଂ ଭଦ୍ରକ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି। ଘୂର୍ଣ୍ଣିଝଡ଼ ପ୍ରଭାବ ଯୋଗୁଁ ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପବନ ବହିବାର ଆଶଙ୍କା ରହିଛି। ଉପରୋକ୍ତ ଅଞ୍ଚଳଗୁଡିକରେ ତାପମାତ୍ରା ଘଣ୍ଟାପ୍ରତି ୪୦ରୁ ୫୦କି.ମି ଏବଂ ସ୍ଥଳବିଶେଷରେ ଘଣ୍ଟାପ୍ରତି ୬୦କି.ମି ଛୁଇଁପାରେ। ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସଆରସି ସତ୍ୟବ୍ରତ ସାହୁ ନିର୍ଦେଶ ଦେଇଛନ୍ତି।