SunstarTV
ପୁରୀରେ ଚାପ ଖେଳ ବେଳେ ବାଣ ଫୁଟି ବହୁ ଲୋକ ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଆହତମାନଙ୍କ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରିବା ସହ ବ୍ୟବସ୍ଥାର ତଦାରଖ ପାଇଁ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ସହିତ ସମସ୍ତ ଆହତଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ଅଘଟଣ ବିଷୟରେ ଜାଣି ଦୁଃଖିତ। ଆହତମାନଙ୍କ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରିବା ସହ ବ୍ୟବସ୍ଥାର ତଦାରଖ ପାଇଁ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ। ମହାପ୍ରଭୁଙ୍କ ନିକଟରେ…
— Naveen Patnaik (@Naveen_Odisha) May 29, 2024
ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଚନ୍ଦନ ଯାତ୍ରା ସମୟ ରେ ନରେନ୍ଦ୍ର ପୁଷ୍କରିଣୀ ଦେବୀଘାଟ ରେ ଘଟିଥିବା ଦୁର୍ଭାଗ୍ୟ ଜନକ ବାଣ ଦୁର୍ଘଟଣା ରେ ବହୁ ଲୋକ ଆହତ ହେବା ଖବର ପାଇ ମୁଁ ଦୁଃଖିତ ।
ସୂଚନାଯୋଗ୍ୟ ଶ୍ରୀକ୍ଷେତ୍ର ଭଉଁରି ଯାତରେ ବୁଧବାର ଘଟିଛି ଅଘଟଣ। ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ବାଣ ଫୁଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୫ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସମସ୍ତଙ୍କୁ କଟକ ଓ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ଗୁରୁତରଙ୍କ ମଧ୍ୟରୁ ଅଧିକାଂଶ ଛୋଟ ଶିଶୁ ବି ରହିଛନ୍ତି। ଅଧିକାଂଶଙ୍କ ଶରୀର ୭୦ରୁ ୮୦ ପ୍ରତିଶତ ପୋଡ଼ି ଯାଇଛି।ଆହତ ଙ୍କ ଆଶୁ ଆରୋଗ୍ୟ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।