SunstarTV
ଓଡ଼ିଶାର ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ଶନିବାର ପରଲୋକ ହୋଇଛି। ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ନିଜ ପୈତୃକ ଘର କେନ୍ଦୁଝର ଜିଲା ସ୍ଥିତ ବୈଦରାଜ ସାହିରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି।
କିଛି ଦିନ ତଳେ ମାଗୁଣି ଚରଣ ଖୁବ୍ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସିତ ହେବା ପରେ ସେ ସାମାନ୍ୟ ସୁସ୍ଥ ହୋଇ ଘରକୁ ଫେରିଥିଲେ । ହେଲେ ଆଜି ଭୋରୁ ତାଙ୍କର ଦେହାନ୍ତ ହୋଇଯାଇଥିବା ଖବର ଆସିଛି ।
ସୂଚନା ଅନୁଯାୟୀ କାଠ କଣ୍ଢେଇ ନୃତ୍ୟକୁ ବିଶ୍ବ ଦରବାରରେ ପହଞ୍ଚାଇବାରେ ତାଙ୍କର ଅବଦାନ ଅନେକ । ଯାହା ପାଇଁ ତାଙ୍କୁ ୨୦୦୪ରେ କେନ୍ଦ୍ର ସଂଗୀତ ନାଟକ ଏକାଡେମି ପୁରସ୍କାର ମିଳିଥିଲା। କେବଳ ଏତିକି ନୁହେଁ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାଗୁଣି କୁଅଁରଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିଥିଲେ।