SunstarTV
ଦେଶର ସବୁଠୁ ବଡ ଫିଲ୍ମ ସିଟିର ରାମୋଜୀ ଫିଲ୍ମ ସିଟିର ମାଲିକ ରାମୋଜୀ ରାଓଙ୍କ ପରଲୋକ ଘଟିଛି । ତାଙ୍କ ଦେହାନ୍ତ ଖବର ଶୁଣି ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି ।
ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ରାମୋଜି ଗ୍ରୁପ୍ ଅଫ୍ କମ୍ପାନି ସହ ଦୀର୍ଘଦିନ ଧରି ଜଡ଼ିତ ଥିବା ରାମୋଜୀ ରାଓଙ୍କର ଶନିବାର ଭୋର ୩ଟା ୪୫ ସମୟରେ ଦେହାନ୍ତ ହୋଇଥିବା ସୂଚନା ମିଳିଛି । ଦୀର୍ଘ ଦିନ ଅସୁସ୍ଥତା କାରଣରୁ ହାଇଦ୍ରାବାଦର ଏଆଇଜି ହସ୍ପିଟାଲରେ ଚିକିତ୍ସାଧିନ ଥିଲେ ।
శ్రీ రామోజీ రావుగారి మరణం ఎంతో బాధాకరం.ఆయన భారతీయ మీడియాలో విప్లవాత్మకమైన మార్పులు తీసుకొచ్చిన ఒక దార్శనికుడు.ఆయన సేవలు సినీ,పత్రికారంగాలలో చెరగని ముద్ర వేశాయి. తన అవిరళ కృషి ద్వారా, ఆయన మీడియా, వినోద ప్రపంచాలలో శ్రేష్టమైన ఆవిష్కరణలకు నూతన ప్రమాణాలను నెలకొల్పారు.
రామోజీ రావు… pic.twitter.com/1cjAFSF6xB
— Narendra Modi (@narendramodi) June 8, 2024
ଶୋକ ପ୍ରକାଶ କରିବାକୁ ଯାଇ ମୋଦୀ ଲେଖିଛନ୍ତି, ‘‘ଶ୍ରୀ ରାମୋଜି ରାଓ ଗାରୁଙ୍କ ଦେହାନ୍ତ ଅତ୍ୟନ୍ତ ଦୁଃଖଦାୟକ। ସେ ଜଣେ ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତି ଯିଏକି ଭାରତୀୟ ଗଣମାଧ୍ୟମରେ ବିପ୍ଳବ ଆଣିଥିଲେ। ତାଙ୍କର ସମୃଦ୍ଧ ଅବଦାନ ସାମ୍ବାଦିକତା ତଥା ଚଳଚ୍ଚିତ୍ର ଜଗତରେ ଏକ ଅବିସ୍ମରଣୀୟ ଚିହ୍ନ ରଖିଛି। ଏହି କଷ୍ଟ ସମୟରେ ତାଙ୍କ ପରିବାର, ବନ୍ଧୁ ଏବଂ ଅଗଣିତ ପ୍ରଶଂସକଙ୍କୁ ସମବେଦନା ଜଣାଉଛି। ଓମ୍ ଶାନ୍ତି।”