SunstarTV
ଆସନ୍ତାକାଲିଠୁ ରାଜ୍ୟରେ ସକାଳୁଆ ସ୍କୁଲ ହେବା ନେଇ ଆଲୋଚନା ହେଉଥିବା ବେଳେ ଆଜି ଏହାକୁ ନେଇ ଅପଡେଟ ଆସଛି । ବିଦ୍ୟାଳୟ ଖୋଲିବା ସଂପର୍କରେ ପାଣିପାଗ ବିଭାଗ ସୂଚନାକୁ ଭିତ୍ତି କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦେଶ ପ୍ରଦାନ କରାଯାଇଛି । ପାଣିପାଗ ବିଭାଗ ସୂଚନା କୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମ ରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତନ କରିବେ । ଅନୁକୂଳ ପାଣିପାଗ ଥିବା ଜିଲ୍ଲାରେ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ସମୟ ରଖିବେ । ଏହି ନିର୍ଦେଶ ଆଗାମୀ ୨୦.୬.୨୦୨୪ ପର୍ଯ୍ୟନ୍ତ ବଳବତ୍ତର ରହିବ ।