SunstarTV
ଆଜି ହେଉଛି ଆମ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ । ୬୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଆଜି ଦେଶର ପ୍ରଥମ ଆଦିବାସୀ ଭାବେ ରାଷ୍ଟ୍ରପତି ଭାବେ ଶାସନ ଭାର ସମ୍ଭାଳୁଛନ୍ତି ।
୧୯୫୮ ମସିହା ଜୁନ ୨୦ତାରିଖ ଆଜିର ଦିନରେ ମୟୁରଭଞ୍ଜ ଜିଲ୍ଲାସ୍ଥିତ ବାଇଦାପୋଷିଠାରେ ଏକ ସାନ୍ତାଳୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ।ରାଜନୀତିକୁ ଆସିବା ପୂର୍ବରୁ ଦ୍ରୌଦୀ ମୁର୍ମୁ ଜଣେ ଶିକ୍ଷକ ଭାବେ ନିଜ କ୍ୟାରିଅର ଆରମ୍ଭ କରିଥିଲେ। ୧୯୭୯ରୁ ୧୯୮୩ ଯାଏଁ ଜଳସେଚନ ଓ ଶକ୍ତି ବିଭାଗର ଜୁନିଅର ଆସିଷ୍ଟାଣ୍ଟଭାବେ ସେ କାମ କରିଥିଲେ। ଏହାପରେ ୧୯୯୪ରୁ ୧୯୯୭ ଯାଏଁ ସହାୟକ ଶିକ୍ଷକ ଭାବେ ଚାକିରିରେ ଯୋଗ ଦେଇଥିଲେ।
ତେବେ ତାଙ୍କର ଏହି ଶୁଭ ଦିନରେ ଅନେକ ରାଜନେତା ମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସେବା ଓ ସମର୍ପଣ ଭାବରେ ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି। ଶ୍ରୀମତୀ ମୁର୍ମୁ ଓଡ଼ିଶାର ଗର୍ବ ଓ ଗୌରବ ବୋଲି ମତ ଦେବା ସହିତ ସେ ରାଷ୍ଟ୍ରପତିଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।
ସୂଚନାମୁତାବକ ୧୯୯୭ ମସିହାରେ ପ୍ରଥମ କରି ସେ ରାଜନୀତିରେ ପାଦ ଥାପିଲେ। ୧୯୯୭ ମସିହାରେ ୱାର୍ଡ ସଭ୍ୟ ଭାବେ ନିର୍ବାଚିତ ହେବା ପରେ ରାଇରଙ୍ଗପୁର ପୌରାଧ୍ୟକ୍ଷା ପଦ ସମ୍ଭାଳିଥିଲେ। ପରେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ୨୦୦୦ ଏବଂ ୨୦୦୪ରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।