SunstarTV
ଚଳିତଥର ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରିଲେ ମୋହନ ସରକାର । ପୁରୀରେ ସମୀକ୍ଷା ବୈଠକରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଦିନ ଛୁଟି ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଯେହେତୁ ଚଳିତଥର ରଥଯାତ୍ରା ୨ ଦିନ ଧରି ଚାଲିବ ସେଥିପାଇଁ ୨ଦିନ ଛୁଟି ଘୋଷଣା କରାଯାଇଛି ।
ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତବର୍ଷ ବିରଳ ରଥଯାତ୍ରା ହେବାକୁ ଯାଉଛି । ଚଳିତବର୍ଷ ୨ ଦିନରେ ରଥଯାତ୍ରା ସମାପନ ହେବ । ତେଣୁ ସରକାରୀସ୍ତରରେ ଯେଉଁ ଗୋଟିଏ ଦିନର ଛୁଟି ଥିଲା ତାହାକୁ ଆଉ ଗୋଟିଏ ଦିନ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଅନୁସାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରଥଯାତ୍ରା ଦେଖିବା ପାଇଁ ନିମନ୍ତ୍ରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।