SunstarTV
ଏଥର ବର୍ଷାରେ ଭିଜିବ ରଥଯାତ୍ରା। ରଥଯାତ୍ରା ସମୟରେ ବର୍ଷାର ଆକଳନ କରିଛି ପାଣିପାଗ କେନ୍ଦ୍ର । ସୂଚନାମୁତାବକ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ୭ ଓ ୮ ତାରିଖରେ ପୁରୀରେ ବର୍ଷା ଆଶଙ୍କା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସକ୍ରିୟ ବଙ୍ଗୋପସାଗରରେ ଆଜି ଘୂର୍ଣ୍ଣିବଳୟ ସୃଷ୍ଟ ହୋଇଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନ ଯେପରି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏଥିପାଇଁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତାକାଲି ଅର୍ଥାତ ରଥଯାତ୍ରା ଦିନ ମୟୂରଭଞ୍ଜ, କେନ୍ଦୁଝର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପରରେ ପ୍ରବଳ ବର୍ଷା ହୋଇପାରେ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।