SunstarTV
କେବେ ଖୋଲିବ ରତ୍ନଭଣ୍ଡାର, ଏହାକୁ ନେଇ ସ୍ପଷ୍ଟ କରିଲେ ଆଇନ ମନ୍ତ୍ରୀ ।ଆସନ୍ତା ଜୁଲାଇ ୧୪ ତାରିଖରେ ଏହା ଖୋଲିବା ପ୍ରାୟତଃ ସ୍ପଷ୍ଟ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
ଗଣମାଧ୍ୟମକୁ ପ୍ରତିକିୟା ଦେଇ ଆଇନ ମନ୍ତ୍ରୀ କହିଛନ୍ତି, ପୂର୍ବରୁ ଯାଞ୍ଚ କମିଟି ଯେଉଁ ସୁପାରିଶ କରିଥିଲା ସେଥିରେ ପରିଚାଳନା କମିଟି ମୋହର ମାରିଛି । ପରିଚାଳନା କମିଟିର ବୈଠକରେ ହୋଇଥିବା ସୁପାରିଶ ସରକାରଙ୍କ ପାଖରେ ପହଞ୍ଚିବା ପରେ ଏହାର ଯାଞ୍ଚ କରାଯିବ।
ଯେଉଁ ଏସଓପି ସୁପାରିଶ ଆସିବ ତାହାକୁ ନେଇ ବିଭିନ୍ନ ଦିଗରେ ତର୍ଜମା କରାଯିବା ପରେ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ। ଏହା ସହ ସେ କହିଛନ୍ତି କମିଟି ଯେଉଁ ତାରିଖ ଧାର୍ଯ୍ୟ କରିଛି ସେହି ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ ବୋଲି ଆଇନମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ରତ୍ନଭଣ୍ଡାର ଯାଞ୍ଚ କମିଟି ବୈଠକରେ ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଥିଲା। ତେବେ ବୁଧବାର ପରିଚାଳନା କମିଟି ବୈଠକରେ ଯାଞ୍ଚ କମିଟିର ପ୍ରସ୍ତାବ ଉପରେ ମୋହର ବାଜିଥିଲା।