SunStarTV
ଖୋଲିଲା ଶ୍ରୀମନ୍ଦିରର ରତ୍ନଭଣ୍ଡାର । ଦିନ ୧.୨୮ରେ ଖୋଲିଛି ରତ୍ନ ଭଣ୍ଡାର । ଆଉ ଏହା ପରେ ମୁଖ୍ୟମନ୍ତ୍ରୀ ନିଜ ସୋସିଆଲ ମିଡିଆରେ ଏଭଳି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି …
ତୁମେ ଲୀଳାମୟ। ତୁମ ଇଚ୍ଛାରେ ଏ ସାରା ସଂସାର ଆତଯାତ ହେଉଛି। ତୁମେ ଓଡ଼ିଆ ଜାତିର ହୃଦସ୍ପନ୍ଦନ। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ଶ୍ରେଷ୍ଠ ପରିଚୟ। ତୁମ ଇଚ୍ଛାରେ ଓଡ଼ିଆ ଜାତି ଆଜି ତାର ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢ଼ିବାକୁ ଉଦ୍ୟମ ଆରମ୍ଭ କରିଛି। ତୁମ ଇଚ୍ଛାରେ ପ୍ରଥମେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲିଲା।
ତୁମ ଇଚ୍ଛାରେ ୪୬ ବର୍ଷ ପରେ ଆଜି ଏକ ମହତ୍ ଉଦ୍ଦେଶ୍ୟ ନେଇ ରନ୍ ଭଣ୍ଡାର ଖୋଲାଗଲା । ଏ ମହାନ୍କାର୍ଯ୍ୟ ସଫଳ ହେବ ବୋଲି ମୋର ଦୃଢ଼ ବିଶ୍ବାସ। ତୁମ ଆଶୀର୍ବାଦରେ ପ୍ରତ୍ୟେକ ଓଡ଼ିଆ ଜାତି, ଗୋଷ୍ଠୀ, ବର୍ଣ୍ଣ ଓ ସର୍ବୋପରି ରାଜନୀତିର ଭେଦକୁ ଭୁଲି ଆଧ୍ୟାତ୍ମିକ ଓ ଭୌତିକ ଜଗତରେ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିବାକୁ ଅଗ୍ରସର ହେଉ, ଏତିକି ପ୍ରାର୍ଥନା।
ଜୟ ଜଗନ୍ନାଥ
କୌଣସି ଦ୍ୱାର ଦେଇ ଭକ୍ତଙ୍କୁ ଛଡ଼ା ଯାଉନାହିଁ । ସିଂହଦ୍ୱାରକୁ ଏବେ ପୋଲିସ ଜଗି ରହିଛନ୍ତି । ଏହାକୁ ନେଇ ଟ୍ବିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରୀତିନୀତି ସହିତ ରତ୍ନ ଭଣ୍ଡାର ଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହୋଇଛି ।