SunstarTV
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଶନିବାରଠାରୁ ବର୍ଷା ଆରମ୍ଭ ହୋଇଥିବା ବେଳେ ଗତକାଲି ସନ୍ଧ୍ୟାରେ ମଧ୍ୟ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେଉଥିଲା। ତେବେ ଯାହା ଆଶା କରାଯାଉଛି ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି। ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ କିନ୍ତୁ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର କହିଛି। ୧୬ରେ ବର୍ଷାର ପ୍ରକୋପ ସାମାନ୍ୟ ହ୍ରାସ ହେବାକୁ ଥିବା ବେଳେ ୧୭ରୁ ପୁଣି ବର୍ଷାର ପ୍ରକୋପ ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି।
ଆଜି ବାହୁଡା ଥିବାରୁ ପୁରୀରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ରଥଯାତ୍ରା ପରି ଆଜି ମଧ୍ୟ ଭକ୍ତ ବର୍ଷାରେ ଭିଜିବେ ।