SunstarTV
ସୋମବାର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଅନ୍ୟପଟେ ୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହା ପ୍ରଭାବରେ ୧୯ ତାରିଖରେ ଦ୍ୱିତୀୟ ଲଘୁଚାପ ସୃଷ୍ଟି ହେବ। ଏହା ଦ୍ୱାରା ରାଜ୍ୟରେ ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା ଅନୁଭୂତ ହେବ ବୋଲି ସୂଚନା ମିଳିଛି ।
ବର୍ତ୍ତମାନ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ସହିତ ଘଣ୍ଟା କୁ ଘଣ୍ଟା ବର୍ଷା ହେଉଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ କେଉଁ ଜିଲ୍ଲାରେ ବର୍ଷା ଓ ପବନ ହେବ ସେନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ।
ଅନ୍ୟପକ୍ଷରେ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ସୋମବାର ଓଡ଼ିଶା ସଂଲଗ୍ନ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଅନ୍ୟପଟେ ୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହା ପ୍ରଭାବରେ ୧୯ ତାରିଖରେ ଦ୍ୱିତୀୟ ଲଘୁଚାପ ସୃଷ୍ଟି ହେବ ଓ ଏହା ଦ୍ୱାରା ରାଜ୍ୟରେ ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା ଅନୁଭୂତ ହେବ। ଏହି ଦୁଇଟି ଯାକ ଲଘୁଚାପ ଯୋଗୁଁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ସମ୍ଭବତଃ ଉତ୍ତର ଆଭ୍ୟନ୍ତରୀଣରେ ଅପେକ୍ଷାକୃତ କମ୍ ବର୍ଷା ହେବ।
ସେହିପରି ୨୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହା ପ୍ରଭାବରେ ୨୪ କିମ୍ବା ୨୫ରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ।