Sunstar Tv
Odisha Weather: ଆହୁରି ୪ ଦିନ ପ୍ରବଳ ଛେଚିବ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବା ଆଶଙ୍କା କରାଯାଉଛି।
ପଶ୍ଚିମ ଓ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ଦୁଇ ଦିନ ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି ବର୍ଷାର ପ୍ରକୋପ ସବୁଠୁ ଅଧିକ ରହିବ।
୨୪ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୯ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।
୨୩ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ । ସମୁଦ୍ର ଅଶାନ୍ତ ରହୁଥିବାରୁ ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ମୌସୁମୀ ଋତୁରେ ଏଯାଏ ରାଜ୍ୟରେ ୨୭ ପ୍ରତିଶତ କମ ବର୍ଷା ହୋଇଥିବା ଜଣାଯାଇଛି ।