SunstarTV
ସଂସଦରେ ୨୦୨୪-୨୫ ବଜେଟ ଉପସ୍ଥାପିତ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲୋକସଭାରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ବଜେଟ ଅଭିଭାଷଣ ଆରମ୍ଭ କରିଛନ୍ତି। ବଜେଟରେ କୃଷି କ୍ଷେତ୍ରକୁ ଗୁରୁତ୍ବ ଦିଆଯାଇଛି। କୃଷି ଉପରେ ଅଧିକ ଗବେଷଣା କରାଯିବ । ଘରୋଇ କ୍ଷେତ୍ରକୁ ମଧ୍ୟ କୃଷି କ୍ଷେତ୍ର ପାଇଁ ପ୍ରୋତ୍ସାହିତ କରାଯିବ। ପ୍ରାକୃତିକ ଚାଷ ଉପରେ ଗୁରୁତ୍ବ ଦିଆଯିବ ବୋଲି କୁହାଯାଇଛି ।
ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା କରାଯାଇଛି। ୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ। ୧ କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ ପାଇଁ ପ୍ରୋତ୍ସାହନ ଦିଆଯିବ। ଚାଷୀଙ୍କ ଉତ୍ପାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ। ଏଥିସହ ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ ବୋଲି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।
ଚଳିତ ବର୍ଷ ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା ଗରିବ, ମହିଳା, ଯୁବବର୍ଗ ଏବଂ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି। ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି।
ସେହିଭଳି ୩୦ ଲକ୍ଷରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ୧୪ ଟି ବଡ ସହରରେ ଗତିଶୀଳତା ପାଇଁ ବିକାଶ ଯୋଜନା PM Awas Yojana Urban 2.0 ଅଧୀନରେ ୧ କୋଟି ସହରୀ ଏବଂ ମଧ୍ୟବିତ୍ତ ପରିବାର ସୁବିଧା ପାଇବେ।ମନୋନୀତ ସହରରେ ୧୦୦ଟି ସାପ୍ତାହିକ ହାଟ ଏବଂ ଷ୍ଟ୍ରିଟ୍ ଫୁଡ୍ ହବ୍ ନିର୍ମାଣ କରାଯିବ ।