Sunstar Tv
Todays Gold Rate in India: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। କେନ୍ଦ୍ର ବଜେଟ୍ ପରେ ଦେଶରେ ଖସିଲା ସୁନା ଦର। ଗତକାଲି ଅପେକ୍ଷା ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆପଣ ଆଜି ସୁନା ଗହଣା କିଣିବାକୁ ଯୋଜନା କରିଛନ୍ତି ।
ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ସୁନା ଦର।
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୩,୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୬୯, ୦୦୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୨୫୦ ଓ ୨୪ କ୍ୟାରେଟରେ ୨୭୦ ଟଙ୍କା ବୃଦ୍ଧି ହୋଇଛି।
ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୩,୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୬୯,୧୫୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୨୫୦ ଓ ୨୪ କ୍ୟାରେଟରେ ୨୭୦ ଟଙ୍କା ବୃଦ୍ଧି ହୋଇଛି।
ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୩, ୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୬୯,୦୦୦ ଟଙ୍କା ରହିଛି ।
୨୨ କ୍ୟାରେଟରେ ୨୫୦ ଓ ୨୪ କ୍ୟାରେଟରେ ୨୭୦ ଟଙ୍କା ଦର ବଢିଛି। ସେପଟେ ବୁଲିଅନ ବଜାର ଦର ଅନୁଯାୟୀ ଶୁକ୍ରବାର ଦିନ ୧୪ କ୍ୟାରେଟ ସୁନା ଭରି ପିଛା ୪୩୯୪୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଥିଲା। ଶନିବାର ଓ ରବିବାର ବଜାର ବନ୍ଦ ରହିଥିବାରୁ ନୂଆ ବଜାର ମୂଲ୍ୟ ସୋମବାର ସକାଳେ ପ୍ରକାଶ ପାଇବ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୦,୫୩୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୪୫୦ ଓ ୨୪ କ୍ୟାରେଟରେ ୪୯୦ ଟଙ୍କା ବୃଦ୍ଧି ପାଇଛି।
ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୩,୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୬୯,୦୦୦ ଟଙ୍କା ରହିଛି । ତେବେ, ୨୨ କ୍ୟାରେଟ୍ ରେ ୨୭୦ ଓ ୨୪ କ୍ୟାରେଟରେ ୨୦୦ ଟଙ୍କା ଦର ବଢିଛି।