SunStarTV
ହୀରାକୁଦ ଡ୍ୟାମରୁ ପାଣି ଛାଡିବା ପରେ ଫୁଲୁଛି ମହାନଦୀ। କଟକ ମୁଣ୍ଡଳୀରେ ବଢୁଛି ଜଳସ୍ତର। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୧ଲକ୍ଷ ୭୦ ହଜାର କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ହୀରାକୁଦରୁ ବନ୍ୟାଜଳ ପ୍ରଥମେ ଖଇରାମାଲ ଏବଂ ପରେ ବରମୁଳ ଦେଇ ମୁଣ୍ଡଳୀ ରେ ପହଞ୍ଚିଛି।
ସୋମବାର ରାତିରୁ ମୁଣ୍ଡଳୀରେ ବନ୍ୟା ଜଳ ନିଷ୍କାସିତ ହେବା ଆରମ୍ଭ କରିଛି। ବନ୍ୟା ଆଶଙ୍କା ନଥିଲେ ବି ମହାନଦୀ ଅବବାହିକାର ତଳମୁଣ୍ଡରେ ଥିବା ୭ ଜିଲ୍ଲାକୁ ସତର୍କ କରାଇଛନ୍ତି ସ୍ଵତନ୍ତ୍ର ରିଲିଫ୍ କମିଶନର। ମହାନଦୀ ଭିତରକୁ ଲୋକ ପ୍ରବେଶ ନ କରିବା ସହ ଗୋରୁ ଗାଈ ଆଦି ଗୃହପାଳିତ ପଶୁ ଙ୍କୁ ଛାଡିବା ଉପରେ ବାରଣ କରାଯାଇଛି।
ଗତକାଲି ରାତିରୁ ମୁଣ୍ଡଳିରେ ବନ୍ୟାଜଳ ନିଷ୍କାସିତ ହେବା ଆରମ୍ଭ କରିଛି। ମହାନଦୀର ତଳିଆ ଅଞ୍ଚଳ ଜଳମଗ୍ନ ହେବା ଚିନ୍ତା ଘାରିଛି । ଏହି୭ ଜିଲ୍ଲାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ଯଥା ସମ୍ବଲପୁର, ସୋନପୁର, ନୟାଗଡ଼, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ।
ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର।