SunStarTV
ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଗତ କାଲି ଭୁବନେଶ୍ୱରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା । ଏହା ସହ ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖ ଯାଏ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।
ସେହିପରି ୩୧ ତାରିଖ ବୁଧବାର ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୧ ତାରିଖରେ ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳ କୁ ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।