SunStarTV
ଆଜିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ‘ଉତ୍କର୍ଷ ୨୦୨୫’ର ପ୍ରାକ୍ ପ୍ରସ୍ତୁତି ପାଇଁ ଦିଲ୍ଲୀ ଯାଉଛନ୍ତି ମୋହନ । ତାଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ, ମୁଖ୍ୟ ସଚିବ, ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀ ମଧ୍ୟ ଦିଲ୍ଲୀ ଗସ୍ତ ରେ ଯିବେ ।
ଏହା ସହିତ ମୁଖ୍ୟମନ୍ତ୍ରୀ ନିବେଶକ ସମ୍ମିଳନୀରେ ମଧ୍ୟ ସାମିଲ ହେବେ। ଏହି ସମ୍ମିଳନୀରେ ବିଭିନ୍ନ ଦେଶର ଆମ୍ବାସାଡ଼ର, ହାଇକମିଶନର, ଟ୍ରେଡ୍ କମିଶନର, କନସଲ୍ଟ ଜେନେରାଲଙ୍କ ସହ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି।
ଆସନ୍ତାବର୍ଷ ଜାନୁଆରି ୨୮ ଓ ୨୯ ତାରିଖରେ ହେବାକୁ ଥିବା ମେକ୍ ଇନ୍ ଓଡିଶା କନକ୍ଲେଭ୍- ଉତ୍କର୍ଷ ଓଡିଶା ପୂର୍ବରୁ ରାଜ୍ୟକୁ ନିବେଶ ଆଣିବାକୁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ।
ସୂଚନାଯୋଗ୍ୟ ଯେ, ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ‘ଉତ୍କର୍ଷ ୨୦୨୫’ର ପ୍ରାକ୍ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ରହିଛି ।
ଏହା ପୂର୍ବରୁ ସୋମବାରଠାରୁ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଗସ୍ତରେ ଥିବା ବେଳେ ପ୍ରଥମେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଗସ୍ତ କରିଥିଲେ। ମଙ୍ଗଳବାର ସେ ଚାଇବାସାର କୋଲ୍ ହାନ୍ ଗସ୍ତ କରିଛନ୍ତି। ତେବେ ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ଏବଂ ପଶ୍ଚିମ ସିଂହଭୂମି ଓ କୋଲହାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରୁଥିବାରୁ ସ୍ଥାନକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ରହିଥିଲା ଯାହା ଆଗାମୀ ନିର୍ବାଚନରେ ବେଶ ପ୍ରଭାବ ପକାଇବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି।