Sunstar Tv
School Uniform: ବଦଳିଲା ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ । ସବୁଜ ରଙ୍ଗ ବଦଳରେ ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ଛାତ୍ରଛାତ୍ରୀ।ବଦଳିଲା ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ୟୁନିଫର୍ମ ।
ମୁଖ୍ୟମନ୍ତ୍ରୀ ଛାତ୍ର ଛାତ୍ରୀ ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକରେ ଏହା ଲାଗୁ ହେବ।
ମାଧ୍ୟମିକ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ପାଇଁ ନୂଆ ଡିଜାଇନ୍ ଓ ରଙ୍ଗର ୟୁନିଫର୍ମ ଲାଗୁ ହେବ। ଯେଉଁଠାରେ ପୁରୁଣା ଡିଜାଇନ୍ ୟୁନିଫର୍ମ ବଣ୍ଟନ ହୋଇନି ସେଠାରେ ଏହା ପ୍ରଥମେ ଲାଗୁ ହୋଇପାରିବ।
ଗତ ୨୦୨୩ରେ ପୂର୍ବରୁ ଗାଢ ନୀଳ ରଙ୍ଗ ୟୁନିଫର୍ମକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ ସାର୍ଟ କରିଥିଲେ । ଛାତିରେ ଲେଖାଯାଇଥିଲା ‘ଆମେ ଗଢିବୁ ନୂଆ ଓଡିଶା’ । ଏବେ ନୂଆ ସରକାର ଆସିବାପରେ ପୁଣି ବଦଳିବ ୟୁନିଫର୍ମ ରଙ୍ଗ ।
ପୂର୍ବରୁ ଛାତ୍ରୀଙ୍କ ପାଇଁ ହ୍ୱାଇଟ ଗ୍ରିନ ଚେକ୍ ସାଲ୍ୱାର ସହ ଗ୍ରୀନ ଜ୍ୟାକେଟ, କଳା ଜୋତା ଏବଂ ଧଳା ମୋଜା ଘୋଷଣା କରାଯାଇଥିଲା ।
ଏହା ବାଦ କେବଳ ଶନିବାର ପାଇଁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବ୍ଲାକ୍ ଟ୍ରାକ ପ୍ୟାଣ୍ଟ ଓ ଟି-ସାର୍ଟ ପିନ୍ଧିବାକୁ କୁହାଯାଇଥିଲା । ୧୦୦ ରୁ କମ ଉପସ୍ଥାନ ଥିବା ସ୍କୁଲ ଗୁଡିକରେ ଦୁଇଟି ନିର୍ଦ୍ଧାରିତ ରଙ୍ଗର ଟି-ସାର୍ଟ ପିନ୍ଧିବାକୁ ବି ଛାତ୍ରଛାତ୍ରୀଙ୍କୁ ନିର୍ଦେଶ ଥିଲା ।