Sunstar Tv
Cyclone Update: ବାତ୍ୟା ପାଇଁ ଆକ୍ସନ ମୋଡ଼ରେ ରହିଛନ୍ତି ସରକାର । ବାତ୍ୟା ଯୋଗୁଁ ସବୁ ଡାକ୍ତରଙ୍କ ଛୁଟି ବାତିଲ କଲେ ସରକାର । ସମ୍ଭାବ୍ୟ ବାତ୍ୟା ଦାନା ପାଇଁ ସମସ୍ତ ଡାକ୍ତରଙ୍କ ଛୁଟି ବାତିଲ କରାଯାଇଛି ।
ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ଡାଇରିଆ ଓ ସର୍ପାଘାତ ଔଷଧ ସବୁ ମେଡିକାଲରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲରେ ୨୪ ଘଣ୍ଟିଆ ପାୱାର ବ୍ୟାକ୍ ଅପ୍ ରଖିବାକୁ କୁହାଯାଇଛି।
ସ୍ଵାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ଯେ, ବାତ୍ୟା ପ୍ରଭାବିତ ଅଞ୍ଚଳରେ ଟିମ୍ ପଠାଯାଇ ସେବା ଦିଆଯିବ। ରାଜ୍ୟ ଏବଂ ବ୍ଲକ ସ୍ତରରେ କଣ୍ଟ୍ରୋଲ ରୁମ୍ କରି ମନିଟର କରାଯାଉଛି। ସୋମବାର ଠାରୁ ଗର୍ଭବତୀଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଚାଲିଛି।
ଗତକାଲିଠୁ ଗର୍ଭବତୀଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର l ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଗତକାଲି ରାଜ୍ୟ ସକରାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ।
୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ସହ ହେଡକ୍ୱାର୍ଟରରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସେପଟେ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ୧୭୮ ଟେନ୍ ବାତିଲ। ୨୩ରୁ ୨୬ ଯାଏ ୪ ଦିନରେ ବାତିଲ ହେବ ୧୭୮ ଟ୍ରେନ୍। ଦକ୍ଷିଣ ଆଡ଼କୁ ଯାଉଥିବା ୮୫ଟି ଟ୍ରେନ୍ ବାତିଲ କରାଯାଇଛି। ପୂର୍ବ ଆଡ଼କୁ ଯାଉଥିବା ୯୩ଟି ଟ୍ରେନ୍ ମଧ୍ୟ ବାତିଲ ହୋଇଛି।