Sunstar Tv
Cyclone Dana Update: ସୃଷ୍ଟି ହେଲା ବାତ୍ୟା । ବାତ୍ୟାର ରୂପ ନେଲା ଗଭୀର ଅବପାତ । କାଲି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ।
ଘଣ୍ଟାକୁ ୩ କିଲୋମିଟର ବେଗରେ ଗତି କରୁଛି । ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ୨୪ ତାରିଖ ରାତି ଏବଂ ୨୫ ତାରିଖ ସକାଳ ମଧ୍ୟରେ ପୁରୀ ଓ ସାଗର ଆଇଲ୍ୟାଣ୍ଡ ମଧ୍ୟରେ ଊତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।
ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିମି ରହିବ। ସ୍ଥଳ ବିଶେଷରେ ପବନର ବେଗ ୧୨୦ କିମିକୁ ବଢିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।
ପାରାଦୀପର ଦକ୍ଷିଣ ପଶ୍ଚିମ ଦିଗରେ ୬୭୦ କିମି ଦୂରରେ ରହିଛି। ସାଗର ଆଇଲ୍ୟାଣ୍ଡର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୭୨୦ କିଲୋମିଟର ଏବଂ ବାଂଲାଦେଶର ଖେପୁପଡ଼ା ଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୭୦୦ କିଲୋମିଟର ଦୂରରେ ରହିଛି ଅବପାତ । ଆସନ୍ତାକାଲି ଅଧିକ ଶକ୍ତିଶାଳୀ ହୋଇ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସିଭିୟର ସାଇକ୍ଲୋନରେ ପରିଣତ ହେବ।
ସମ୍ଭାବ୍ୟ ବାତ୍ୟା ଯୋଗୁ ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି ।
ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବାଜିଲ୍ଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ। ପ୍ରଭାବିତ ହେବାକୁଥିବା ଜିଲ୍ଲା ଗୁଡିକରେ ସରକାରୀ ଆଶ୍ରୟସ୍ଥଳୀ ବାଦ୍ଆଉ ୫ଶହ ଅସ୍ଥାୟୀ ଆଶ୍ରୟ ଶିବିର ଏବଂ ୨୫୦ଟି ରିଲିଫ୍ ସେଣ୍ଟରର ବ୍ୟବସ୍ଥା ହୋଇ ଥିବା ଜଣାଯାଇଛି।