ଶ୍ରେଷ୍ଠ ରାଜ୍ୟ ବର୍ଗରେ ଓଡିଶାକୁ ପ୍ରଥମ ଓ ଉତ୍ତରପ୍ରଦେଶକୁ ଦ୍ୱିତୀୟ ପୁରସ୍କାର ପ୍ରଦାନ କରାଯାଇଛି | ଗୁଜୁରାଟ ଓ ପୁଡୁଚେରୀ ମିଳିତ ଭାବେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି | ପ୍ରତ୍ୟେକ ପୁରସ୍କାର ବିଜେତାଙ୍କୁ ଏକ ପ୍ରଶଂସାପତ୍ର ଓ ଟ୍ରଫି ସହ ନିର୍ଦ୍ଧିଷ୍ଟ ବର୍ଗରେ ନଗଦ ପୁରସ୍କାର ପ୍ରଦାନ କରାଯାଇଥିଲା | ଉନୟନ୍ନ କମିଶନର ତଥା ଜଳ ସଂପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ବର୍ଗ ଓ ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ ରାଷ୍ଟ୍ରପତିଙ୍କଠାରୁ ପୁରଷ୍କାର ଗ୍ରହଣ କରିଥିଲେ |