SunStarTV
ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ବାତ୍ୟାର ସମୀକ୍ଷା କରିଛନ୍ତି। ଏନେଇ ସେ ଏକ ବୈଠକ ଡାକି ଥିଲେ। ଏଥିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଥିଲେ।
‘ଦାନା’ ଦ୍ବାରା ପ୍ରଭାବିତ ହେବାକୁ ଥିବା ୧୧ଟି ଜିଲ୍ଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାପାଳଙ୍କ ସହିତ ବାତ୍ୟା ମୁକାବିଲା ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆଲୋଚନା କରିଥିଲ।
ଏହାପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜିରୋ କାଜୁଆଲିଟିରେ ସଫଳ ହୋଇଛୁ। ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ସେ ପ୍ରଶଂସା କରିଛନ୍ତି। କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଦିନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ। ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ସ୍ବାଭାବିକ ହେବ। ଗତକାଲି ୬ ହଜାର ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା । ବାତ୍ୟା କାଳରେ ୧୬ ଶହ ଶିଶୁ ଜନ୍ମ ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।