SunStarTV
ଆସନ୍ତା ୨୪ରେ ଆସିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା । ପ୍ରାୟ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା । ସୁନ୍ଦରଗଡ଼ ଜିଲ୍ଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରାଯିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା ବେଳେ ସେ କହିଛନ୍ତି, ବିଭିନ୍ନ କାରଣରୁ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଯାଇସାରିଥିବା ବେଳେ ବ୍ଲକସ୍ତରରେ ଖାରଜ ତାଲିକା ପ୍ରସ୍ତୁତ ହୋଇଛି। ଏହା ମଧ୍ୟରେ ବ୍ୟାଙ୍କ,ଆଧାର କାର୍ଡରେ ଥିବା ତ୍ରୁଟି ସଂଶୋଧନ କରିନେଲେ ସେମାନଙ୍କୁ ଏହି ପର୍ଯ୍ୟାୟରେ ସାମିଲ କରାଯିବ ।
ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜାନରୁ ବଞ୍ଚିତ ହେବେନି। ସମସ୍ତ ହକଦାରଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା।
ଆସନ୍ତା ୨୪ ତାରିଖରେ ସୁନ୍ଦରଗଡ଼ ଜିଲ୍ଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରାଯିବ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ପ୍ରମୁଖ ଉପସ୍ଥିତ ରହିବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ସୁଭଦ୍ରା ଯୋଜନାରେ ମୋଟ ୧ କୋଟି ୨ ଲକ୍ଷ ହିତାଧିକାରୀ ପଞ୍ଜିକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ଦିଆଯାଇସାରିଛି। ବିଭିନ୍ନ କାରଣରୁ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଯାଇଛି।
ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବିଭିନ୍ନ ତ୍ରୁଟି କାରଣରୁ ଆବେଦନ ପତ୍ର ରିଜେକ୍ଟ ହୋଇଛି । ରିଜେକ୍ଟ ତାଲିକା ଜିଲ୍ଲାପାଳଙ୍କ ଜରିଆରେ ବ୍ଲକକୁ ପଠାଯାଇଛି । ଆଧାର କାର୍ଡ, ବ୍ୟାଙ୍କ ତ୍ରୁଟି ସଂଶୋଧନ କଲେ ଏହି ପର୍ଯ୍ୟାୟରେ ଟଙ୍କା ମିଳିବ । ସଂଶୋଧନ କରିବାରେ ବିଳମ୍ବ ହେଲେ ପରବର୍ତ୍ତୀ ପର୍ଯ୍ୟାୟରେ ମିଳିବ । ଜଣେ ବି ଯୋଗ୍ୟ ହିତାଧିକାରୀ ସୁବିଧାରୁ ବଞ୍ଚିତ ହେବେ ନାହିଁ ବୋଲି ସେ କହିଛନ୍ତି।