ଶୁକ୍ରବାର ଦିନ କେନ୍ଦ୍ର କ୍ୟାବିନେଟ ବୈଠକ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅନେକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୮୫ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ୨୮ ନୂତନ ନବୋଦୟ ବିଦ୍ୟାଲୟ ଖୋଲିବାକୁ ଅନୁମୋଦନ ଦିଆଯାଇଛି। ଉଭୟ କେନ୍ଦ୍ରିୟ ବିଦ୍ୟାଲୟ ଏବଂ ନବୋଦୟ ବିଦ୍ୟାଲୟ ଖୋଲଯିବ। ଓଡ଼ିଶାର ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲା ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲା ଜୟପୁର, ବଲାଙ୍ଗୀର ଜିଲ୍ଲା ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବାର ନିଷ୍ପତି ନିଆଯାଇଛି।
ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହାସହ କେନ୍ଦ୍ର ଗଣ ଶିକ୍ଷାମନ୍ତ୍ରୀ କହିଛନ୍ତି, ଜାତୀୟ ଶିକ୍ଷା ନୀତିର ପରାମର୍ଶ କ୍ରମେ ଓଡିଶା ସମେତ ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ଦିଆଯିବ। ଏହାଦ୍ବାରା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ବଳ ହେବ। ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ। ବିଶେଷଭାବେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଛାତ୍ରଛାତ୍ରୀ ଉପକୃତ ହେବେ।