ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ। ଆଜି ମହାପ୍ରଭୁଙ୍କର ବନକଲାଗି ନୀତି ଆୟୋଜିତ ହେବ। ଦ୍ବିତୀୟ ଭୋଗମଣ୍ତପରେ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ ରୁ ରାତି ୧୦ ପର୍ଯ୍ୟନ୍ତ, ୪ ଘଣ୍ଟା ପାଇଁ ଦର୍ଶନ ବନ୍ଦ ରହିବ।
ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ଆରମ୍ଭ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶୃଙ୍ଗାର କରାଯିବ। ନୀତି ଶେଷ ହେବା ପରେ ମହାପ୍ରଭୁଙ୍କ ସ୍ନାନ, ବେଶ, ସନ୍ଧ୍ୟା ଆଳତୀ, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡସିଂହାର ଭୋଗ କରାଯିବ।