ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେୋ ବର୍ଷା ସମ୍ଭାବନା। ମେଘୁଆ ପାଗ ସାଙ୍ଗକୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍ଗା ରହିଛି। ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପର ସକ୍ରିୟତା ପାଇଁ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତାକାଲି ଉପକୂଳ ଓଡିଶାର କିଛି ଅଂଚଲରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ମାଲକାନାଗିରି, ରାୟଗଡା, ନବରଙ୍ଗପୁର, କଳାହାଣ୍ତି, କନ୍ଧମାଳ, ନୂଆପଡା, ବଲାଙ୍ଗୀର ଭଳି କିଛି ସ୍ଥାନରେ ବର୍ଷା ହୋଇପାରେ। ସେହିପରି ଡିସେମ୍ବର ୨୧ରେ ଖୋର୍ଦ୍ଧା, ପୁରୀ, ଜଗସିଂହପୁର, କଟକ, କେନ୍ଦ୍ରାପଡାର କିଛି ଅଂଚଳରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ ଆସନ୍ତା ୨୪ ଘଣ୍ଟାରେ କୁହୁଡିର ସତର୍କ ସୂଚନା ଥିବାବେଳେ ଆଗାମୀ ୪ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଅର୍ଥାତ ଶୀତର ପ୍ରକୋପ ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତା ୨୨ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।