ନୂଆ ବର୍ଷରୁ ପାଗରେ ବଡ ପରିବର୍ତ୍ତନ। ଜାନୁଆରୀରୁ ଶୁଖିଲା ରହିବ ପାଗ। ପ୍ରବଳ ଶୀତ ଓ ଶୁଖିଲା ପାଗକୁ ସ୍ବାଗତ କରିବେ ଓଡିଶାବାସୀ। ଆସନ୍ତା ୩୦ରୁ ୨ ତାରିଖ ଯାଏଁ ରାଜ୍ୟରେ ଶୁଖିଲା ରହିବ ପାଗ। କେବଳ ୨୮ ଓ ୨୯ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
୨୮ ତାରିଖରେ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୋନପୁର ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସେହିପରି ୨୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର । ବିଗତ କିଛିଦିନ ହେବ ରାତିର ତାପମାତ୍ରା ଅଚାନକ ବଢ଼ିଥିବା ବେଳେ ଆସନ୍ତା ୩ଦିନ ମଧ୍ୟରେ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।