ଚଳିତ ମାସ ୨୦ ତାରିଖରୁ ପୁରୀରେ ଶ୍ରୀମନ୍ଦିର ଧାଡି ଦର୍ଶନ ବ୍ୟବସ୍ଥା ଲାଗୁ ହେବ | ଏନେଇ ରାଜ୍ୟ ସରକାର ପକ୍ଷରୁ ପ୍ରସ୍ତୁତି ଚାଲିଛି | ଶ୍ରୀମନ୍ଦିରରେ ଧାଡି ଦର୍ଶନ ଓ ରତ୍ନ ଭଣ୍ଡାର ପ୍ରସଙ୍ଗରେ ଆଇନ ମନ୍ତ୍ରୀ କହିଛନ୍ତି , ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ | ଏ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି | ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ,ଖୁବ ଶୀଘ୍ର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ କରାଯିବ |
ରତ୍ନ ଭଣ୍ଡାର ମରାମତି ସମ୍ପୂର୍ଣ୍ଣ ହେବ ମାତ୍ରେ ପରବର୍ତ୍ତୀ ସପ୍ତାହ ଠାରୁ ଗଣତି କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ |