ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ବ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିବାବେଳେ ଏବେ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଇଛନ୍ତି ସରକାର । ଏନେଇ ରାଜ୍ୟ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୪ ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ ମନୋଜ ଆହୁଜା । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ବରିଷ୍ଠ ଆଇଏସ୍ ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ମିଳିଥିଲା । ପରେ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଥିଲା । ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ଏକ ବର୍ଷ ପର୍ଯ୍ୟନ୍ତ ବଢାଇଦିଆଯାଇଥିଲା ।