ରାଜ୍ୟରେ କୁହୁଡିରୁ ଏବେ ନାହିଁ ନିସ୍ତାର । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଜନଜୀବନ ଅସ୍ତବ୍ୟସ୍ତ କରିବ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଆସନ୍ତା ୪ରୁ ୫ ଦିନ ଯାଏ ତାପମାତ୍ରାରେ ପରିବର୍ତ୍ତନ ହେବନାହିଁ।ଆଜି ପାଇଁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଅନୁଗୋଳକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ଦୃଶ୍ୟମାନର ଦୂରତା ୫୦ ମିଟରରୁ କମ୍ ରହିବ । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ଘନକୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ସତର୍କତାର ସହ କରିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।