ସୁରକ୍ଷାକର୍ମୀଙ୍କୁ ଶନିବାର ମିଳିଛି ବଡ ସଫଳତା। ଏନକାଉଣ୍ଟରରେ ୮ ନକ୍ସଲ ନିପାତ । ସୂଚନାନୁସାରେ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀଙ୍କ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଗାଙ୍ଗାଲୁର ପୋଲିସ ଷ୍ଟେସନ ଅଞ୍ଚରେ ହୋଇଥିବା ଏହି ଏନକାଉଣ୍ଟରରେ ୮ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି ।