ଭୁବନେଶ୍ବର AIIMSରେ ରେଡ୍ । ନିଯୁକ୍ତି ସ୍କାମ ନେଇ ଏମ୍ ସରେ ରେଡ କରୁଛି ସିବିଆଇ । ଜାଲ କାଗଜପତ୍ରରେ ନିଯୁକ୍ତି ପାଇଥିବା ଅଭିଯୋଗ ହୋଇଛି । ବିଭିନ୍ନ ପଦପଦବୀ ପାଇଁ ହୋଇଥିବା ନିଯୁକ୍ତିରେ ବଡ଼ ଘୋଟାଲା ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗ ପରେ CBI ପକ୍ଷରୁ ଯାଞ୍ଚ କରାଯିବା ସହ ନିଯୁକ୍ତି ନେଇ ସ୍କାମ୍ ହୋଇଥିବା ଜାଣିବାକୁ ପାଇଥିଲା । ଏବେଯାଏଁ ମିଳିଥିବା ପ୍ରାଥମିକ ସୂଚନା ଅନୁସାରେ, ୨୦୨୩ ଓ ୨୪ ମସିହାରେ ୫ଜଣଙ୍କର ନିଯୁକ୍ତି ହୋଇଥିଲା। ଏମାନେ ସମସ୍ତେ ଭୁବନେଶ୍ବରର ବାସିନ୍ଦା। ପୂର୍ବରୁ ଏମ୍ସ ଥାର୍ଡ ପାର୍ଟି ଜରିଆରେ ନିଯୁକ୍ତି ଦେଇଥିଲା । କିନ୍ତୁ ପରେ ନିଜେ ଏମ୍ସ ନିଯୁକ୍ତି ବ୍ୟବସ୍ଥା କରିଥିଲା । ହେଲେ ପୂର୍ବରୁ ୫ଜଣ କଣ୍ଟ୍ରାକ୍ୟ ବେସିସରେ କାମ କରୁଥିବାବେଳେ ପରେ ଜାଲ ସାର୍ଟିଫିକେଟ ଦେଖାଇ ସେମାନଙ୍କୁ ନିଯୁକ୍ତି ଦିଆଯାଇଥିଲା।