ଆଗାମୀ ୨ଦିନ ଯାଏ ରାଜ୍ୟରେ ବର୍ଷା । ଟ୍ରାପ ଲାଇନ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୫ ତାରିଖ ଯାଏଁ ଲାଗି ରହିବ । ଆଗାମୀ ୨୪ ଘଣ୍ଟାରେ ୭ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ସେହିପରି ୧୦ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ପାଇଁ ୯ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର , ଝାରସୁଗୁଡ଼ା, ଢେଙ୍କାନାଳ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବିଜୁଳି ଘଡ଼ଘଡ଼ ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆଜି ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ସେହିପରି ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ପାଇଁ ୪ ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୨ଜିଲ୍ଲା ଗଜପତି ଓ ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।