ଆଜି ଉତ୍ତର ଓଡିଶାରେ ଘଡ଼ଘଡ଼ି ସହ ବର୍ଷା ପବନ ସମ୍ଭାବନା । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହି ପାରେ ।ସେହିପରି ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାପବନ ହେବାର ଆଶଙ୍କା ରହିଥିବାରୁ ଉକ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଉପରେ ବର୍ଷାର ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।ଆସନ୍ତା ମଙ୍ଗଳବାରଠାରୁ ପାଗରେ ପରିବର୍ତ୍ତନ ଆସିପାରେ।