ମାଲକାନଗିରି ପରେ ପୁଣି ଯାଜପୁରରେ ଲଜ୍ଜା । ମାଆ ହେଲେ ମାଟ୍ରିକ ପରୀକ୍ଷାର୍ଥୀ । ଯାଜପୁର ଜିଲ୍ଲାରେ ଏଭଳି ଅଘଟଣ ଦେଖିବାକୁ ମିଳିଛି । ମାଟ୍ରିକ ପରୀକ୍ଷାର୍ଥୀ ଜଣକ ଦୁଇଟି ପରୀକ୍ଷା ଦେଇଥିବା ବେଳେ ଗତକାଲି ଶିବରାତ୍ରିରେ ଉପବାସ କରି ଅସୁସ୍ଥ ଅନୁଭବ କରିଥିଲେ । ତାଙ୍କୁ ଚିକିତ୍ସା ପାଇଁ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଏକ ଶିଶୁ କନ୍ୟା ଜନ୍ମ ହୋଇଥିଲା । ପରେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଚିକିତ୍ସା ପାଇଁ ଯାଜପୁର ମୁଖ୍ୟ ଡାକ୍ତର ଖାନାରେ ଭର୍ତ୍ତି କରାଯାଇଛି । ପରୀକ୍ଷାର୍ଥୀ ଜଣକ ସୁସ୍ଥ ହେବା ପରେ ଆଇନର ଆଶ୍ରୟ ନିଆଯିବ ବୋଲି ନାବାଳିକାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି ।
ନିକଟରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ । ବିଦ୍ୟାଳୟରେ ନିରୀହ ଆଦିବାସୀ ଛାତ୍ରୀ ପିଲା ଜନ୍ମ କରିବା ଘଟଣା ଆଶ୍ଚର୍ଯ୍ୟ କରିଥିଲା । ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଜନଜାତି ବିଦ୍ୟାଳୟରେ ଏହି ଘଟଣା ଘଟିଥିଲା । ହେଲେ ବାରମ୍ବାର ସ୍କୁଲ ଚାରି କାନ୍ଥ ଭିତରେ ଏହିଭଳି ଲଜ୍ୟା ଜନକ ଘଟଣା କେମିତି ଘଟିଲା ତାକୁ ନେଇ ପ୍ରଶ୍ନ ଉଠିଛି |