ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ଶୁଭାରମ୍ଭ ହେବ । ଏନେଇ ଗତକାଲି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରାଯିବ । ବୈଠକର ତଥ୍ୟ ଅନୁଯାୟୀ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଏଥିରେ ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩ କୋଟି ୪୬ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ ।() ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ଶୁଭାରମ୍ଭ ହେବ । ଏନେଇ ଗତକାଲି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରାଯିବ । ବୈଠକର ତଥ୍ୟ ଅନୁଯାୟୀ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଏଥିରେ ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩ କୋଟି ୪୬ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ ।