ସୁନା ବଜାରରେ ନିଆଁ । ଦିନକୁ ଦିନ ନୂଆ ରେକର୍ଡ ଛୁଇଁଚାଲିଛି । ଏବେ ୯୦ହଜାର ଆଡକୁ ମୁହାଁଇଲାଣି । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୩୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୨, ୩୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୨,୩୦୦ ଟଙ୍କା ଓ ୮୯,୭୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୨, ୪୫୦ ଟଙ୍କା ଓ ୮୯, ୯୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୨,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୯, ୭୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୨,୩୦୦ ଓ ୮୯,୭୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୩,୦୦୦ ଟଙ୍କା ହୋଇଛି