ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର : ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟ ବିଧାନସଭାର ବଜେଟ୍ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୮ରୁ ୨୭ ଯାଏ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୨ରୁ ଏପ୍ରିଲ ୯ ଯାଏ ଅନୁଷ୍ଠିତ ହେବ । ଏହି ଅଧିବେଶନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୨ ତାରିଖରେ ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍ ଆଗତ କରିବେ । ମାର୍ଚ୍ଚ ୩୧ରେ ଗୃହରେ ଆଗତ ହେବ ବ୍ୟୟମଞ୍ଜୁରୀ ବିଲ୍ ।
ତେବେ ଏହି ଅଧିବେଶନ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକ ୧୧.୩୦ ମିନିଟରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ତିନି ପ୍ରମୁଖ ରାଜନୈତିକ ଦଳର ମୁଖ୍ୟ ଏହି ବୈଠକରେ ଯୋଗ ଦେବେ ।