ସନ୍ଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରୋନା ଟିକା ନେଇଛନ୍ତି । ନୂଆଦିଲ୍ଲୀସ୍ଥିତ ‘ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ’ (ଏମ୍ସ୍ )ରେ ସେ କୋଭିଡ୍-୧୯ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି । ‘ଭାରତ ବାୟୋଟେକ୍’ ଏବଂ ‘ଇଣ୍ଡିଆନ୍ କାଉନ୍ସିଲ୍ ଅଫ୍ ମେଡିକାଲ୍ ରିସର୍ଚ’ (ଆଇସିଏମ୍ଆର୍) ଦ୍ୱାରା ସ୍ୱଦେଶରେ ପ୍ରସ୍ତୁତ ‘କୋଭାକ୍ସିନ୍’ ଟିକାକୁ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ।
ତେବେ ଏ ନେଇ ପ୍ରଧାନମନ୍ତ୍ରୀ ଟୁଇଟ୍ କରି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ଯେ ‘ଏମ୍ସ୍’ରେ କୋଭିଡ୍-୧୯ ଟିକାର ପ୍ରଥମ ଡୋଜ୍ ନେଲି । କୋଭିଡ୍-୧୯ ବିରୋଧରେ ବୈଶ୍ୱିକ ସଂଗ୍ରାମକୁ ସୁଦୃଢ଼ କରିବାରେ ଆମ ଡାକ୍ତର ଓ ବୈଜ୍ଞାନିକମାନେ ଯେଭଳି ଦ୍ରୁତ ବେଗରେ କାର୍ଯ୍ୟ କଲେ ତାହା ଉଲ୍ଲେଖନୀୟ । ଯୋଗ୍ୟ ବିବେଚିତମାନଙ୍କୁ ଟିକା ନେବା ଲାଗି ମୋର ନିବେଦନ । ଚାଲନ୍ତୁ, ସଭିଏଁ ମିଶି ଭାରତକୁ କୋଭିଡ୍-୧୯ ମୁକ୍ତ କରିବା !
 
Took my first dose of the COVID-19 vaccine at AIIMS.
Remarkable how our doctors and scientists have worked in quick time to strengthen the global fight against COVID-19.
I appeal to all those who are eligible to take the vaccine. Together, let us make India COVID-19 free! pic.twitter.com/5z5cvAoMrv
— Narendra Modi (@narendramodi) March 1, 2021
;