ସନ୍ଷ୍ଟାର ଟିଭି ବ୍ୟୁରୋ
ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ରାଜନୀତି ବେଶ୍ ସରଗରମ ରହିଛି । ଇତି ମଧ୍ୟରେ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାମାନଙ୍କୁ ଉପନିର୍ବାଚନ ପାଇଁ ବିଭିନ୍ନ ଅଞ୍ଚଳର ଦାୟିତ୍ବ ପ୍ରଦାନ କରିଛନ୍ତି । ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ, ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ବ ଦିଆଯାଇଥିବା ବେଳେ, ଡେଲାଙ୍ଗ ବ୍ଲକ ପାଇଁ ନବକିଶୋର ଦାଶ, ସୁଶାନ୍ତ ସିଂହ ଓ ବିଭୂତି ବଳବନ୍ତରାୟଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଛି । ସେହିପରି ପିପିଲି ବିଜ୍ଞାପିତ ପରିଷଦ ଅଞ୍ଚଳ ପାଇଁ ସୁଧୀର ସାମଲଙ୍କୁ ବିଜେଡି ସଭାପତି ଦାୟିତ୍ବ ଦେଇଛନ୍ତି ବୋଲି ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ପ୍ରଦାନ କରିଛନ୍ତି ।
ତେବେ ଗତକାଲି ମଧ୍ୟ ଦଳର ୪ ନେତା ଦେବୀ ମିଶ୍ର, ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା ଓ ପ୍ରତାପ ଦେବଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ବାଚନ ପରିଚାଳନା ନେଇ ଦ୍ଵାୟିତ୍ଵ ଦେଇଥିଲେ ।