ସନ୍ଷ୍ଟାର ଟିଭି ବ୍ୟୁରୋ
ନୂଆଦିଲ୍ଲୀ: ସାରା ବିଶ୍ଵ ଏବେ କରୋନା କବଳରେ କବଳିତ । ତେବେ ଭାରତରେ ମଧ୍ୟ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ବିଭିନ୍ନ ରାଜ୍ୟରେ କରୋନା ସ୍ଥିତିକୁ ଆୟତ୍ତ କରିବା ପାଇଁ ନାଇଟ୍ କର୍ଫ୍ୟୁ ଲାଗୁ କରାଯାଇଛି । ତେବେ ଆଜି ନୂଆଦିଲ୍ଲୀରେ ସରକାର ନାଇଟ୍ କର୍ଫ୍ୟୁ ଲାଗୁ କରିଛନ୍ତି । ଏପ୍ରିଲ ୩୦ ଯାଏଁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଥିବାବେଳେ ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି |
ସୂଚନା ଥାଉ କି ଦିଲ୍ଲୀରେ ଦୁଇ ଦିନ ଧରି କରୋନା ପଜିଟିଭଙ୍କ ସଂଖ୍ୟା ୩୫୦୦ ଉପରେ ରହୁଥିବାରୁ ଦିଲ୍ଲୀ ସରକାର ଏଭଳି ପଦକ୍ଷେପ ନେଇଛନ୍ତି | ତେବେ ରାତ୍ରିକାଳୀନ କର୍ଫ୍ୟୁରୁ ଜରୁରୀକାଳୀନ ସେବାରୁ ବାଦ ଦିଆଯାଇଛି |
ତେବେ ଦେଶରେ ୨୪ ଘଣ୍ଟା ଭିତରେ ୯୬ହଜାର ୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଏକ କୋଟି ୨୬ଲକ୍ଷ ୮୬ହଜାର ୪୯କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ଏକ କୋଟି ୧୭ଲକ୍ଷ ୩୨ହଜାର ୨୭୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ ୭ଲକ୍ଷ ୮୮ହଜାର ୨୨୩ଜଣ ସକ୍ରିୟ ଚିକିତ୍ସିତ ହେଉଛନ୍ତି । ସେହିପରି ୨୪ ଘଣ୍ଟା ମଧ୍ୟରେ କରୋନା କାରଣରୁ ୪୪୬ଜଣଙ୍କର ମୃତ୍ୟୁ ହୋଇଛି ।